ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ

କୋଭିଡ-19 ସମ୍ପର୍କିତ ସଦ୍ୟତମ ସୂଚନା

Posted On: 12 JUL 2021 9:27AM by PIB Bhubaneshwar

ବର୍ତ୍ତମାନ ସୁଦ୍ଧା ସାରା ଦେଶରେ ମୋଟ 3 କୋଟି କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ସୁସ୍ଥତା ହାର 97.22 ପ୍ରତିଶତକୁ ବୃଦ୍ଧି ପାଇଛି ।

ଗତ 24 ଘଣ୍ଟା ମଧ୍ୟରେ 39,649 ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଦେଶବ୍ୟାପୀ ଚାଲିଥିବା ଟିକାକରଣ ଅଭିଯାନରେ ବର୍ତ୍ତମାନ ସୁଦ୍ଧା ମୋଟ 37.73 କୋଟି ଡୋଜ ଟିକା ବିନିଯୋଗ ହୋଇସାରିଲାଣି ।

ଗତ 24 ଘଣ୍ଟା ମଧ୍ୟରେ ଭାରତର ନୂତନ କରୋନା ମାମଲା ସଂଖ୍ୟା 37,154 ରହିଛି ।

ଭାରତର ସକ୍ରିୟ କରୋନା ମାମଲା ସଂଖ୍ୟା ବର୍ତ୍ତମାନ 4,50,899 ରହିଛି

ସକ୍ରିୟ ମାମଲା ମୋଟ ମାମଲାର 1.46 ପ୍ରତିଶତରେ ରହିଛି ।

ସାପ୍ତାହିକ ପଜିଟିଭିଟି ହାର 5 ପ୍ରତିଶତ ତଳେ ରହିଛି, ବର୍ତ୍ତମାନ ଏହା 2.32 ପ୍ରତିଶତରେ ରହିଛି ।

ଦୈନିକ ପଜିଟିଭିଟି ହାର 2.59 ପ୍ରତିଶତରେ ରହିଛି, ଯାହା କ୍ରମାଗତ ଭାବେ 21 ଦିନ ମଧ୍ୟରେ 3 ପ୍ରତିଶତରୁ କମ୍ ରହିଛି ।

ପରୀକ୍ଷଣ କ୍ଷମତା ବହୁ ପରିମାଣରେ ବୃଦ୍ଧି ପାଇଛି – ବର୍ତ୍ତମାନ ସୁଦ୍ଧା ସମୁଦାୟ 43.23 କୋଟି ପରୀକ୍ଷା କରାଯାଇଛି ।

 

**********

TRP/



(Release ID: 1734906) Visitor Counter : 152