କ୍ୟାବିନେଟ
ସ୍ୱାସ୍ଥ୍ୟ ଏବଂ ଚିକିତ୍ସା କ୍ଷେତ୍ରରେ ସହଯୋଗ ଉପରେ ଭାରତ ଏବଂ ଡେନମାର୍କ ମଧ୍ୟରେ ସ୍ୱାକ୍ଷରିତ ବୁଝାମଣାପତ୍ରକୁ କ୍ୟାବିନେଟ ଅନୁମୋଦନ କରିଛି
Posted On:
14 JUL 2021 4:07PM by PIB Bhubaneshwar
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଡେନମାର୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟରେ ସ୍ୱାସ୍ଥ୍ୟ ଓ ଚିକିତ୍ସା କ୍ଷେତ୍ରରେ ସହଯୋଗ ସଂକ୍ରାନ୍ତ ବୁଝାମଣାପତ୍ରକୁ ଅନୁମୋଦନ କରିଛି ।
ସୁଫଳ:
ଏହି ଦ୍ୱିପାକ୍ଷିକ ବୁଝାମଣାପତ୍ର ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଡେନମାର୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଜ୍ଞାନକୌଶଳ ବିକାଶ ଏବଂ ମିଳିତ ପଦକ୍ଷେପ ମାଧ୍ୟମରେ ସହଯୋଗକୁ ପ୍ରୋତ୍ସାହିତ କରିବ । ଏହା ଭାରତ ଓ ଡେନମାର୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ କରିବ ।
ଏହି ଦ୍ୱିପାକ୍ଷିକ ବୁଝାମଣାପତ୍ର ସ୍ୱାସ୍ଥ୍ୟ କ୍ଷେତ୍ରରେ ଗବେଷଣାର ବିକାଶ ଏବଂ ମିଳିତ ପଦକ୍ଷେପ ଦ୍ୱାରା ଭାରତର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଡେନମାର୍କ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଧ୍ୟରେ ସହଯୋଗକୁ ପ୍ରୋତ୍ସାହିତ କରିବ । ଏହା ଉଭୟ ଦେଶର ଲୋକଙ୍କ ସାର୍ବଜନିକ ସ୍ୱାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବାରେ ସହାୟତା ଯୋଗଇ ଦେବ ।
JP
(Release ID: 1735722)
Visitor Counter : 229
Read this release in:
English
,
Urdu
,
Marathi
,
Hindi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam