ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ବିଦିଶା ଦୁର୍ଘଟଣାରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ପିଏମଏନଆରଏଫରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

प्रविष्टि तिथि: 16 JUL 2021 11:30PM by PIB Bhubaneshwar

ମଧ୍ୟପ୍ରଦେଶର ବିଦିଶାରେ ହୋଇଥିବା ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, "ମଧ୍ୟପ୍ରଦେଶର ବିଦିଶାରେ ହୋଇଥିବା ଦୁର୍ଘଟଣା ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ: PM @narendramodi "  


SR


(रिलीज़ आईडी: 1736529) आगंतुक पटल : 178
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam