ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାରାଷ୍ଟ୍ରର ବନ୍ୟା ସ୍ଥିତି ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 22 JUL 2021 9:18PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଉଦ୍ଧବ ଠାକରେଙ୍କ ସହ ମହାରାଷ୍ଟ୍ରର କେତେକ ଭାଗରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ଉତ୍ପନ୍ନ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ମହାରାଷ୍ଟ୍ରର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ଉପୁଜିଥିବା ସ୍ଥିତି ସମ୍ପର୍କରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଉଦ୍ଧବ ଠାକରେଙ୍କ ସହ ଆଲୋଚନା କରିଛି । ପରିସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ପକ୍ଷରୁ ଯଥାସମ୍ଭବ ସହାୟତା ନିମନ୍ତ୍ରେ ପ୍ରତିଶ୍ରୁତି ଦେଇଛି । ସମସ୍ତଙ୍କ ନିରାପତ୍ତା ଓ କୁଶଳତା ପାଇଁ ପ୍ରାର୍ଥନା କରୁଛି ।

 

SR


(रिलीज़ आईडी: 1738081) आगंतुक पटल : 200
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam