ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ତେଲଙ୍ଗାନାର ନାଗାରକୁର୍ଣ୍ଣୁଲ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଅନୁକମ୍ପା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 23 JUL 2021 9:59PM by PIB Bhubaneswar

ତେଲଙ୍ଗାନାର ନାଗାରକୁର୍ଣ୍ଣୁଲ ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କା ଏବଂ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ଯେ, “ତେଲଙ୍ଗାନାର ନାଗାରକୁର୍ଣ୍ଣୁଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପ୍ରିୟଜନଙ୍କୁ ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ 2 ଲକ୍ଷ ଏବଂ ସମସ୍ତ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ମୋଦୀ” ।

 

**********

TRP/


(ରିଲିଜ ଆଡି: 1738653) ପରିଦର୍ଶକ କାଉଣ୍ଟର : 223