ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ହିମାଚଳ ପ୍ରଦେଶର କିନ୍ନୌର ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ଅନୁକମ୍ପା ରାଶି ଘୋଷଣା

Posted On: 25 JUL 2021 6:27PM by PIB Bhubaneshwar

ହିମାଚଳ ପ୍ରଦେଶର କିନ୍ନୌର ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କା ଏବଂ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକାଧିକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ;

“ହିମାଚଳ ପ୍ରଦେଶର କିନ୍ନୌର ଭୂ-ସ୍ଖଳନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏଥିରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରିୟଜନଙ୍କୁ ମୋର ସମବେଦନା । ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ଚିକିତ୍ସାର ସମସ୍ତ ବ୍ୟବସ୍ଥା କରାଯାଉଛି । ମୁଁ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ @ନରେନ୍ଦ୍ରମୋଦୀ” ।

ହିମାଚଳ ପ୍ରଦେଶର କିନ୍ନୌର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ସମସ୍ତ ଆହତ ବ୍ୟକ୍ତିଙ୍କୁ ମଧ୍ୟ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ @ନରେନ୍ଦ୍ରମୋଦୀ” ।

 

**********

TRP/

 



(Release ID: 1738903) Visitor Counter : 144