ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପଶ୍ଚିମବଙ୍ଗ ବନ୍ୟା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

Posted On: 04 AUG 2021 8:22PM by PIB Bhubaneshwar

ପଶ୍ଚିମବଙ୍ଗର କେତେକାଞ୍ଚଳରେ ଦେଖାଦେଇଥିବା ବନ୍ୟା ଯୋଗୁଁ ଯେଉଁ ବ୍ୟକ୍ତିମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତ ବ୍ୟକ୍ତିମାନଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବା ନେଇ ମଧ୍ୟ ସେ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ଵିଟ୍ କରିଛି ଯେ, “ପଶ୍ଚିମବଙ୍ଗର କେତେକାଞ୍ଚଳରେ ଦେଖାଦେଇଥିବା ବନ୍ୟା ଯୋଗୁଁ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ଆହତମାନଙ୍କୁ 50 ହଜାର ଟଙ୍କା ଦିଆଯିବ” ।

 

**********

TRP/



(Release ID: 1742600) Visitor Counter : 156