ପୋଷ୍ଟ କରାଯିବା ଦିନାଙ୍କ:
31 AUG 2021 10:42AM by PIB Bhubaneswar
ରାଜ୍ୟର କିଛି ଅଞ୍ଚଳରେ ଆସିଥିବା ବନ୍ୟାର ସ୍ଥିତି ସମ୍ପର୍କରେ ଜାଣିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆଲୋଚନା କରିଛନ୍ତି । ସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ତରଫରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;
“ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆଲୋଚନା କରି ରାଜ୍ୟର କିଛି ଅଞ୍ଚଳରେ ଆସିଥିବା ବନ୍ୟାର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରାଗଲା । ଏହି ସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛି । ପ୍ରଭାବିତ ଅଞ୍ଚଳର ବାସିନ୍ଦାଙ୍କ ସୁରକ୍ଷା ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।”
SR