ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଉତ୍ତର ପ୍ରଦେଶ ସଡକ ଦୁର୍ଘଟଣା ମୃତକଙ୍କ ପ୍ରତି ପ୍ରଧାନମନ୍ତ୍ରୀଙ୍କ ସମବେଦନା ବ୍ୟକ୍ତ; ପିଏମଏନଆରଏଫରୁ ପୀଡିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର
Posted On:
07 OCT 2021 11:35AM by PIB Bhubaneshwar
ଉତ୍ତର ପ୍ରଦେଶର ବାରାବାଙ୍କି ଠାରେ ସଡକ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମବେଦନା ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଧାନମନ୍ତ୍ରୀ ପୀଡିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ମଧ୍ୟ ମଞ୍ଜୁର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ବାରାବାଙ୍କି, ଉତ୍ତର ପ୍ରଦେଶରେ ହୋଇଥିବା ସଡକ ଦୁର୍ଘଟଣା ଯୋଗୁଁ ଦୁଃଖିତ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା । ପିଏମଏନଆରଏଫରୁ ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପିଏମ@ନରେନ୍ଦ୍ରମୋଦୀ ।”
SR
(Release ID: 1761790)
Visitor Counter : 186
Read this release in:
English
,
Urdu
,
Marathi
,
Hindi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam