ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ କେରଳରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ସଂକ୍ରାନ୍ତରେ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି


କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ବ୍ୟକ୍ତ କରିଛନ୍ତି

Posted On: 17 OCT 2021 5:44PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି ଏବଂ କେରଳରେ ପ୍ରବଳ ବର୍ଷା ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି କେରଳରେ ପ୍ରବଳ ବର୍ଷା ଭୂସ୍ଖଳନ ଯୋଗୁଁ ଲୋକେ ପ୍ରାଣ ହରାଇଥିବାରୁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କେରଳରେ ପ୍ରବଳ ବର୍ଷା ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛି ଆହତ ତଥା ପ୍ରଭାବିତ ଲୋକଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ କ୍ଷେତ୍ର ସ୍ତରରେ କାର୍ଯ୍ୟ କରୁଛନ୍ତି ମୁଁ ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି

ଦୁଃଖର  ବିଷୟ  ଯେ  କେରଳରେ  ପ୍ରବଳ ବର୍ଷା ଭୂସ୍ଖଳନ ଯୋଗୁଁ କିଛି ଲୋକ ପ୍ରାଣ ହରାଇଛନ୍ତି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା

HS



(Release ID: 1764570) Visitor Counter : 136