ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ କେରଳରେ ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ସଂକ୍ରାନ୍ତରେ କେରଳ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି


କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ବ୍ୟକ୍ତ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 17 OCT 2021 5:44PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କଥା ହୋଇଛନ୍ତି ଏବଂ କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ଲୋକେ ପ୍ରାଣ ହରାଇଥିବାରୁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“କେରଳର ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାଇ ବିଜୟନଙ୍କ ସହ କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛି । ଆହତ ତଥା ପ୍ରଭାବିତ ଲୋକଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ କ୍ଷେତ୍ର ସ୍ତରରେ କାର୍ଯ୍ୟ କରୁଛନ୍ତି । ମୁଁ ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି ।

ଦୁଃଖର  ବିଷୟ  ଯେ  କେରଳରେ  ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ କିଛି ଲୋକ ପ୍ରାଣ ହରାଇଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ।”

HS


(ରିଲିଜ ଆଡି: 1764570) ପରିଦର୍ଶକ କାଉଣ୍ଟର : 233