ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର ଚକ୍ରାତରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମଏନ୍‍ଆରଏଫରୁ ଅନୁକମ୍ପା ମୂଳକ ସହାୟତା ଅନୁମୋଦନ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 31 OCT 2021 3:26PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଚକ୍ରାତରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଶ୍ରୀ ମୋଦୀ ମଧ୍ୟ ଅନୁକମ୍ପା ମୂଳକ ସହାୟତା ରାଶି ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍କରିଛନ୍ତି;

ଉତ୍ତରାଖଣ୍ଡର ଚକ୍ରାତରେ ସଡ଼କ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ସରକାରୀ ସ୍ଥାନୀୟ ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କୁ ମୋର ଗଭୀର ସମବେଦନା ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି : ପ୍ରଧାନମନ୍ତ୍ରୀ ମୋଦୀ

ଉତ୍ତରାଖଣ୍ଡର ଚକ୍ରାତରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍ଆରଏଫ୍ରୁ ୨ଲକ୍ଷ ଟଙ୍କା କରି ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ ପ୍ରତ୍ୟେକ ଆହତଙ୍କୁ ୫୦,୦୦୦ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(ରିଲିଜ ଆଡି: 1768259) ପରିଦର୍ଶକ କାଉଣ୍ଟର : 187