ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ସ୍ଥିତି ସମ୍ପର୍କରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 NOV 2021 9:42PM by PIB Bhubaneshwar

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ ଏମ.କେ ଷ୍ଟାଲିନଙ୍କ ସହ ଆଲୋଚନା କରିଛନ୍ତି । ଉଦ୍ଧାର ଓ ରିଲିଫ କାର୍ଯ୍ୟରେ କେନ୍ଦ୍ର ତରଫରୁ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଏହି ଅବସରରେ ଶ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ @mkstalinଙ୍କ ସହ କଥା ହେଲି ଓ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ସ୍ଥିତି ସମ୍ପର୍କରେ ଆଲୋଚନା କଲି । ଉଦ୍ଧାର ଓ ରିଲିଫ କାର୍ଯ୍ୟରେ କେନ୍ଦ୍ର ତରଫରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ଆଶ୍ୱାସନା ଦେଇଛି । ସମସ୍ତଙ୍କ ମଙ୍ଗଳ ଓ ସୁରକ୍ଷା କାମନା କରୁଛି ।”

 

SR


(रिलीज़ आईडी: 1770024) आगंतुक पटल : 212
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam