ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 12 JAN 2022 9:33AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ମହାନ ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ଜୟମନ୍ତୀରେ ମୁଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ତାଙ୍କର ଜୀବନ ଜାତୀୟ ପୁନଃ ର୍ନିମାଣ ପାଇଁ ଉତ୍ସର୍ଗୀକୃତ ଥିଲା । ସେ ଅନେକ ଯୁବକଙ୍କୁ ରାଷ୍ଟ୍ର ର୍ନିମାଣ ଦିଗରେ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି । ସେ ଆମ ଦେଶ ପାଇଁ ଯେଉଁ ସ୍ୱପ୍ନ ଦେଖିଥିଲେ ଆସନ୍ତୁ ତାକୁ ସାକାର ପାଇଁ ମିଳିତ ଭାବରେ କାର୍ଯ୍ୟ କରିବା ।”

HS


(ରିଲିଜ ଆଡି: 1789618) ପରିଦର୍ଶକ କାଉଣ୍ଟର : 277