ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କିମ୍ବଦନ୍ତୀ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 17 JAN 2022 9:50AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିମ୍ବଦନ୍ତୀ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିରଜୁ ମହାରାଜଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସମଗ୍ର ବିଶ୍ୱରେ ଭାରତୀୟ ନୃତ୍ୟକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିବା ପଣ୍ଡିତ ବିରଜୁ ମହାରାଜ ଜୀଙ୍କର ଦେହାନ୍ତରେ ଗଭୀର ଦୁଃଖିତ । ତାଙ୍କର ପରଲୋକ ସମଗ୍ର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ଏହି ଦୁଃଖଦ ସମୟରେ ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି!”

HS


(ରିଲିଜ ଆଡି: 1790475) ପରିଦର୍ଶକ କାଉଣ୍ଟର : 265