ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ମୁମ୍ବାଇର ତାରଡେଓରେ କୋଠାରେ ଘଟିଥିବା ଅଗ୍ନିକାଣ୍ଡ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି


ପିଏମ୍‍ଏନ୍‍ଆରଏଫ୍‍ ରୁ ଅନୁକମ୍ପାମୂଳକ ସହାୟତା ଅନୁମୋଦନ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 22 JAN 2022 10:23PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ତାରଡେଓରେ ଗୋଟିଏ କୋଠାରେ ଘଟିଥିବା ଅଗ୍ନିକାଣ୍ଡରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।

ଏଥିସହ ସେ ପିଏମ୍‍ଏନ୍‍ଆରଏଫ୍‍ରୁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି । ଆହାତମାନଙ୍କୁ ୫୦ ହଜାର ଟଙ୍କା କରି ସହାୟତା ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି:

“ମୁମ୍ବାଇର ତାରଡେଓରେ କୋଠାରେ ଘଟିଥିବା ଅଗ୍ନିକାଣ୍ଡ ପାଇଁ ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

“ମୁମ୍ବାଇର ତାରଡେଓ ଠାରେ ଘଟିଥିବା ଅଗ୍ନିକାଣ୍ଡରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନ୍‍ଆରଏପ୍‍ରୁ ୨ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ପ୍ରତ୍ୟେକ ଆହତଙ୍କୁ ୫୦,୦୦୦ ଟଙ୍କାର ସହାୟତା ମିଳିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ”

HS


(ରିଲିଜ ଆଡି: 1792097) ପରିଦର୍ଶକ କାଉଣ୍ଟର : 217