ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଜାନୁଆରୀ ୩୧ ତାରିଖରେ ଏନ୍‍ସିଡବ୍ଲ୍ୟୁର ୩୦ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ

Posted On: 30 JAN 2022 12:40PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୩୧ ଜାନୁୟାରୀ ୨୦୨୨ ଅପରାହ୍ନ ୪ଟା ୩୦ ରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)ର ୩୦ ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ହେଉଛି ‘ସି ଦି ଚେଞ୍ଜ ମେକର୍‌', ଯାହା ବିଭିନ୍ନ କ୍ଷେତ୍ରରେ ମହିଳାମାନଙ୍କ ସଫଳତାକୁ ପାଳନ କରିବା ପାଇଁ ଉଦ୍ଦିଷ୍ଟ ।

ରାଜ୍ୟ ମହିଳା ଆୟୋଗ, ରାଜ୍ୟ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ, ବିଶ୍ୱବିଦ୍ୟାଳୟ ଏବଂ କଲେଜର ଅଧ୍ୟାପକ ଏବଂ ଛାତ୍ର, ସ୍ୱେଚ୍ଛାସେବୀ ସଂଗଠନ, ମହିଳା ଉଦ୍ୟୋଗୀ ଏବଂ ବ୍ୟବସାୟୀ ସଙ୍ଗଠନ ଏହି କାର୍ଯ୍ୟକ୍ରମର ଏକ ଅଂଶ ହେବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।

HS



(Release ID: 1793693) Visitor Counter : 160