ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡର ଚମ୍ପାୱତରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

प्रविष्टि तिथि: 22 FEB 2022 12:32PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଚମ୍ପାୱତରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍‍ଏନ୍‍ଆରଏଫ୍‍) ରୁ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଉତ୍ତରାଖଣ୍ଡର ଚମ୍ପାୱତରେ ଘଟିଥିବା ଏହି ଦୁର୍ଘଟଣା ହୃଦୟ ବିଦାରକ । ଏଥିରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି । ସ୍ଥାନୀୟ ପ୍ରଶାସନ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି: ପ୍ରଧାନମନ୍ତ୍ରୀ

“ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ପିଏମ୍‍ଏନ୍‍ଆରଏଫ୍‍ରୁ ୨ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରତ୍ୟେକ ଆହତଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ ।”

HS


(रिलीज़ आईडी: 1800269) आगंतुक पटल : 213
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam