ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶରେ ଏକ କାରଖାନା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି


ପୀଡିତଙ୍କ ପାଇଁ ପିଏମ୍‍ଏନଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

Posted On: 22 FEB 2022 1:51PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶରେ ଘଟିଥିବା କାରଖାନା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍‍ଏନ୍‍ଆରଏଫ୍‍) ରୁ ପ୍ରଧାନମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ହିମାଚଳ ପ୍ରଦେଶର ଉନାରେ ଥିବା ଏକ କାରଖାନାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ ଅଟେ । ଏଥିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା । ଏହା ସହିତ ମୁଁ ଦୁର୍ଘଟଣାରେ ଆହତ ସମସ୍ତ ଲୋକଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ”

“ହିମାଚଳ ପ୍ରଦେଶର ଦୁଃଖଦ କାରଖାନାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ ଲକ୍ଷ ଟଙ୍କା କରି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ”

HS



(Release ID: 1800272) Visitor Counter : 121