ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରୁଷ ରାଷ୍ଟ୍ରପତି ମହାମହିମ ଭ୍ଲାଦିମିର ପୁତିନଙ୍କ ସହିତ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
24 FEB 2022 10:41PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହିତ କଥା ହୋଇଛନ୍ତି । ଏହି ଆଲୋଚନା ସମୟରେ ରାଷ୍ଟ୍ରପତି ପୁତିନ ୟୁକ୍ରେନ୍ ସଂକ୍ରାନ୍ତ ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ଦେଇଥିଲେ । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ରୁଷ ଏବଂ ନାଟୋ ସଂଘ ମଧ୍ୟରେ ରହିଥିବା ବିବାଦ କେବଳ ସଚ୍ଚୋଟ ଏବଂ ନିଷ୍ଠାପର ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରିବ । ଦୀର୍ଘ ସମୟ ଧରି ଭାରତର ଏହି ବିଶ୍ବାସକୁ ପ୍ରଧାନମନ୍ତ୍ରୀ ପୁନର୍ବାର ଦୋହରାଇଥିଲେ । ପ୍ରଧାନମନ୍ତ୍ରୀ ତତ୍କାଳ ହିଂସାର ପରିସମାପ୍ତି ପାଇଁ ନିବେଦନ କରିଥିଲେ ଏବଂ କୂଟନୈତିକ ଆଲୋଚନା ଓ ବାର୍ତ୍ତାଳାପ ମାର୍ଗକୁ ଫେରି ଆସିବା ଲାଗି ସମସ୍ତ ପକ୍ଷ ସମ୍ମିଳିତ ପ୍ରୟାସ କରିବା ଆବଶ୍ୟକ ବୋଲି ସେ ଆହ୍ବାନ କରିଥିଲେ ।
ୟୁକ୍ରେନରେ ଥିବା ଭାରତୀୟ ନାଗରିକ, ବିଶେଷ କରି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ଭାରତର ଚିନ୍ତା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ରୁଷ ରାଷ୍ଟ୍ରପତିଙ୍କୁ ଅବଗତ କରାଇଥିଲେ । ସେମାନଙ୍କୁ ନିରାପଦ ଭାବେ ସ୍ବଦେଶ ଫେରାଇ ଆଣିବା ଭାରତର ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଆପୋସ ହିତ ଜଡ଼ିତ ପ୍ରସଙ୍ଗରେ ଉଭୟ ରାଷ୍ଟ୍ରର ଅଧିକାରୀ ଏବଂ କୂଟନୈତିକ ଦଳ ପରସ୍ପର ସହ ନିୟମିତ ଯୋଗାଯୋଗ ରକ୍ଷା କରିବେ ବୋଲି ଦୁଇ ନେତା ସହମତ ହୋଇଥିଲେ ।
*****
P.S.
(ରିଲିଜ ଆଡି: 1800937)
ପରିଦର୍ଶକ କାଉଣ୍ଟର : 354
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam