ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାଗଲପୁର ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 04 MAR 2022 12:02PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଗଲପୁର ଠାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାରଙ୍କ ସହ କଥାବାର୍ତ୍ତା କରିବା ସହିତ କହିଛନ୍ତି ଯେ ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ବିହାରର ଭାଗଲପୁରରେ ବିସ୍ଫୋରଣ ଯୋଗୁଁ ଜୀବନ ହାନି ହେବାର ଖବର ଦୁଃଖିତ କରିଛି ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହୋଇଛି ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି, ଏବଂ ପୀଡିତମାନଙ୍କୁ ଯଥା ସମ୍ଭବ ସହାୟତା ଦିଆଯାଉଛି ” 

HS


(ରିଲିଜ ଆଡି: 1802936) ପରିଦର୍ଶକ କାଉଣ୍ଟର : 231