ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ରୁଷ ରାଷ୍ଟ୍ରପତି ମାନ୍ୟବର ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
07 MAR 2022 4:14PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମାନ୍ୟବର ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି।
ୟୁକ୍ରେନ ପରିସ୍ଥିତି ଉପରେ ଦୁଇ ନେତା ଆଲୋଚନା କରିଥିଲେ। ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ବୁଝାମଣାର ସ୍ଥିତି ସମ୍ପର୍କରେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସୂଚନା ଦେଇଛନ୍ତି। ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବୁଝାମଣାକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଛନ୍ତି ଏବଂ ଏହି ବିବାଦର ସମାଧାନ ହୋଇଯିବ ବୋଲି ଆଶା ପ୍ରକଟ କରିଛନ୍ତି। ରାଷ୍ଟ୍ରପତି ପୁଟିନ ଏବଂ ରାଷ୍ଟ୍ରପତି ଜେଲେନସ୍କିଙ୍କ ମଧ୍ୟରେ ପ୍ରତ୍ୟକ୍ଷ ବାର୍ତ୍ତାଳାପ ଶାନ୍ତି ପ୍ରୟାସରେ ସହାୟକ ହୋଇପାରେ ବୋଲି ସେ ମତ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଏବେ ମଧ୍ୟ ସୁମିରେ ଅବଶିଷ୍ଟ ଭାରତୀୟ ଛାତ୍ରମାନଙ୍କ ସୁରକ୍ଷା ଏବଂ ନିରାପତ୍ତା ପାଇଁ ଗଭୀର ଚିନ୍ତା ପ୍ରକଟ କରିଥିଲେ | ଭାରତୀୟ ଛାତ୍ରଙ୍କ ସମେତ ସାଧାରଣ ନାଗରିକଙ୍କୁ ଉଦ୍ଧାର କରିବା ପାଇଁ ମାନବ କରିଡର ସହ ଜଡିତ ପଦକ୍ଷେପ ସମ୍ପର୍କରେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି।
HS
(रिलीज़ आईडी: 1803700)
आगंतुक पटल : 210
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam