ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦିଲ୍ଲୀର ଗୋକୁଳପୁରୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

Posted On: 12 MAR 2022 6:14PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଗୋକୁଳପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଦିଲ୍ଲୀର ଗୋକୁଳପୁରୀରେ ଘଟିଥିବା ଏହି ଦୁର୍ଘଟଣା ହୃଦୟବିଦାରକ ଅଟେ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି । ଭଗବାନ ସେମାନଙ୍କୁ ଏହି ଦୁଃଖକୂ ସହିବାକୁ ଶକ୍ତି ଦିଅନ୍ତୁ ।”

HS


(Release ID: 1805566)