ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହାଇଦ୍ରାବାଦର ଭୋଇଗୁଡାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ; ପୀଡିତଙ୍କ ପାଇଁ ପିଏମ୍ଏନ୍ଆରଏଫ୍ ରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି
प्रविष्टि तिथि:
23 MAR 2022 11:30AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଇଦ୍ରାବାଦର ଭୋଇଗୁଡାଠାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ୍) ରୁ ୨ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି ଯାହା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ କହିଛି;
“ହାଇଦ୍ରାବାଦର ଭୋଇଗୁଡା ଠାରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରମାନଙ୍କ ସହିତ ମୋର ସମବେଦନା ରହିଛି । ପିଏମ୍ଏନ୍ଆରଏଫ ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପାଇଁ ୨ ଲକ୍ଷ ଟଙ୍କା କରି ଅନୁକମ୍ପା ସହାୟତା ରାଶି ମଞ୍ଜୁର ହୋଇଛି ଯାହା ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
(रिलीज़ आईडी: 1808947)
आगंतुक पटल : 189
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam