ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଆନ୍ଧ୍ରପ୍ରଦେଶର ଚିତ୍ତୋରରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ; ପୀଡିତଙ୍କ ପାଇଁ ପିଏମଏନ୍‍ଆରଏଫ ରୁ ଅନୁକମ୍ପାମୂଳକ ସହାୟତା ରାଶି ମଞ୍ଜୁର କରିଛନ୍ତି

Posted On: 27 MAR 2022 12:41PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଚିତ୍ତୋରରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍‍ଏନ୍‍ଆରଏଫ୍‍) ରୁ ମଞ୍ଜୁର କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଆନ୍ଧ୍ରପ୍ରଦେଶର ଚିତ୍ତୋରରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇବା ଅତ୍ୟନ୍ତ ଦୁଃକ ଦାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ ।

ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ଲକ୍ଷ ଟଙ୍କା କରି ଦିଆଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

HS



(Release ID: 1810221) Visitor Counter : 141