ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ
କୋଭିଡ-୧୯: ସଦ୍ୟତମ ସ୍ଥିତି
Posted On:
05 APR 2022 9:16AM by PIB Bhubaneshwar
କୋଭିଡ-୧୯ ନିୟନ୍ତ୍ରଣ ପାଇଁ ରାଷ୍ଟ୍ରୀୟ ସ୍ତରରେ ଟିକାଦାନ କାର୍ଯ୍ୟକ୍ରମ ଚାଲିଛି । ଏ ପର୍ଯ୍ୟନ୍ତ ୧୮୪.୮୭ କୋଟି ଟିକା ଦିଆଯାଇ ସାରିଲାଣି । ବର୍ତ୍ତମାନ ଦେଶରେ ୧୨.୦୫୪ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି । ଏହାର ଶତକଡା ହାର ହେଉଛି ୦.୦୩ ଶତାଂଶ । ସେହିପରି ଆରୋଗ୍ୟ ହାର ୯୮.୭୬ ଶତାଂଶ । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହି ସଂଖ୍ୟାକୁ ମିଶାଇ ଏ ପର୍ଯ୍ୟନ୍ତ ମୋଟ ୪,୨୪,୯୬,୩୬୯ ଜଣ ଆରୋଗ୍ୟ ଲାଭ କରିଲେଣି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୫ ଜଣ ନୂଆ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ୦.୧୭ ଶତାଂଶ ଏବଂ ସାପ୍ତାହିକ ସଂକ୍ରମଣ ହାର ୦.୨୨ ଶତାଂଶ ରହିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୪,୬୬,୩୩୨ଟି ନମୁନା ପରୀକ୍ଷା କରାଯାଇଛି । ଏହାକୁ ମିଶାଇ ଏ ପର୍ଯ୍ୟନ୍ତ ମୋଟ ୭୯.୧୫ କୋଟି ନମୁନା ପରୀକ୍ଷା କରାଗଲାଣି ।
SSD/DD
(Release ID: 1813693)
Visitor Counter : 205
Read this release in:
Punjabi
,
English
,
Urdu
,
Hindi
,
Marathi
,
Manipuri
,
Bengali
,
Gujarati
,
Tamil
,
Telugu
,
Malayalam