ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁଜୁରାଟର ଭାରୁଚରେ ଥିବା ଏକ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମଏନ୍ଆରଏଫ୍ ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି
प्रविष्टि तिथि:
11 APR 2022 2:11PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଭାରୁଚରେ ଥିବା ଏକ କାରଖାନାରେ ଦୁର୍ଘଟଣା ଯୋଗଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପ୍ରକ୍ୟେକ ମୃତକଙ୍କ ନକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆରଏଫ୍) ରୁ ମଞ୍ଜୁର କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଗୁଜୁରାଟର ଭାରୁଚରେ ଥିବା ଏକ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି ।
ପିଏମ୍ଏନ୍ଆରଏଫ୍ରୁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।”
HS
(रिलीज़ आईडी: 1815697)
आगंतुक पटल : 193
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam