ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆମେଥିର ଗୌରିଗଞ୍ଜରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି

ପୋଷ୍ଟ କରାଯିବା ଦିନାଙ୍କ: 18 APR 2022 11:47AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଆମେଥି ଜିଲ୍ଲାର ଗୌରିଗଞ୍ଜରେ ଏକ ସଡକ ଦୁର୍ଘଟଣା ଯୋଗୁଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା ମଧ୍ୟ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଉତ୍ତରପ୍ରଦେଶର ଆମେଥି ଜିଲ୍ଲାର ଗୌରିଗଞ୍ଜରେ ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏଥିରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ଗଭୀର ସମବେଦନା । ଆହୁରି ମଧ୍ୟ ମୁଁ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

HS


(ରିଲିଜ ଆଡି: 1817718) ପରିଦର୍ଶକ କାଉଣ୍ଟର : 250