ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ରାଜସ୍ଥାନର ଝୁନଝୁନରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲେକାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମ୍‍ଏନଆରଏଫ୍‍ରୁ ଅନୁକମ୍ପାମୂକ ସହାୟତା ରାଶି ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 19 APR 2022 7:33PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝୁନଝୁନରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନ ମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନଆରଏଫ୍‍)ରୁ ପ୍ରଧାନମନ୍ତ୍ରୀ ମଧ୍ୟ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ୨ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଏବଂ ଆହତ ମାନଙ୍କ ଲାଗି ୫୦,୦୦୦ ଟଙ୍କା କରି ସହାୟତା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍କରିଛି;

ଝୁନ୍ଝୁନରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଃଖିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ

ପିଏମଏନ୍ଆରଏଫ୍ରୁ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା କରି ପ୍ରଦାନ କରାଯିବ ଆହତମାନଙ୍କୁ ୫୦୦୦୦ ଟଙ୍କା କରି ମିଳିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(ରିଲିଜ ଆଡି: 1818192) ପରିଦର୍ଶକ କାଉଣ୍ଟର : 229