ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତେଲେଙ୍ଗାନାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପୀଡିତଙ୍କ ପାଇଁ ପିଏମ୍ଏନ୍ଆରଏଫ୍ରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ପୋଷ୍ଟ କରାଯିବା ଦିନାଙ୍କ: 09 MAY 2022 9:00AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି । ପିଏମ୍‍ଏନ୍‍ଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ମିଳିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

HS


(ରିଲିଜ ଆଡି: 1823843) ପରିଦର୍ଶକ କାଉଣ୍ଟର : 199