ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦିଲ୍ଲୀରେ ଏକ ଭୟଙ୍କର ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନ୍‍ଆରଏଫ୍‍ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା

प्रविष्टि तिथि: 13 MAY 2022 11:50PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆରଏଫ୍‍)ରୁ ଦିଲ୍ଲୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଦୋବପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍କରିଛନ୍ତି;

ଦିଲ୍ଲୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇବା ବ୍ୟକ୍ତିଙ୍କ ଲାଗି ମୁଁ ଅତ୍ୟନ୍ତ ଦୁଃଖିତ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ଅଛି ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;

ପିଏମ୍ଏନ୍ଆରଏଫ୍ରୁ ଦିଲ୍ଲୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

HS


(रिलीज़ आईडी: 1825823) आगंतुक पटल : 178
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam