ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ସଡକ ଦୁର୍ଘଟଣା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

ପିଏମଏନଆରଏଫରୁ ପୀଡିତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 22 MAY 2022 10:21AM by PIB Bhubaneshwar

ଉତ୍ତର ପ୍ରଦେଶର ସିଦ୍ଧାର୍ଥନଗର ଜିଲ୍ଲାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ଉତ୍ତର ପ୍ରଦେଶର ସିଦ୍ଧାର୍ଥନଗର ସଡକ ଦୁର୍ଘଟଣା ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।  

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ଉତ୍ତର ପ୍ରଦେଶର ସିଦ୍ଧାର୍ଥନଗରରେ ହୋଇଥିବା ସଡକ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛନ୍ତି । ଈଶ୍ୱର ସେମାନଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ । ଏହାସହିତ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି: PM @narendramodi”   

“ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ସିଦ୍ଧାର୍ଥନଗର ସଡକ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ।” 

 

SR

 



(Release ID: 1827339) Visitor Counter : 128