ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        କର୍ଣ୍ଣାଟକର ହୁବଲିରେ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
                    
                    
                        
ପିଏମ୍ଏନ୍ଆରଏଫ୍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା
                    
                
                
                    Posted On:
                24 MAY 2022 6:05PM by PIB Bhubaneshwar
                
                
                
                
                
                
                ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ହୁବଲିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;
କର୍ଣ୍ଣାଟକର ହୁବଲିରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖିତ । ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
“ହୁବଲିରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ମୂଲ୍ୟର ଅନୁକମ୍ପାମୂଳକ ସହାୟତା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
 
HS
                
                
                
                
                
                (Release ID: 1828041)
                Visitor Counter : 174
                
                
                
                    
                
                
                    
                
                Read this release in: 
                
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam