ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କର୍ଣ୍ଣାଟକର କଲବୁର୍ଗିରେ ଏକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ

Posted On: 03 JUN 2022 5:57PM by PIB Bhubaneshwar

କର୍ଣ୍ଣାଟକର କଲବୁର୍ଗି ଠାରେ ଏକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କର୍ଣ୍ଣାଟକର କଲବୁର୍ଗି ଜିଲ୍ଲାରେ ହୋଇଥିବା ଦୁର୍ଘଟଣା ବେଶ ଦୁଃଖଦ । ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କ ସହାୟତା କରୁଛନ୍ତି : PM@narendramodi”   

 

SR


(Release ID: 1831008)