ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖବ୍ୟକ୍ତ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 05 JUN 2022 9:23PM by PIB Bhubaneshwar

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି । ଏହା ସହିତ ବସ୍ ଦୁର୍ଘଟଣାରେ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ଉତ୍ତରାଖଣ୍ଡରେ ହୋଇଥିବା ବସ୍ ଦୁର୍ଘଟଣା ଖୁବ ଦୁଃଖଦାୟକ । ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ସମସ୍ତ ପ୍ରକାର ସହାୟତା ପ୍ରଦାନ କରୁଛନ୍ତି । PM @narendramodi

“ଉତ୍ତରାଖଣ୍ଡ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ।”

SR



(Release ID: 1831602) Visitor Counter : 115