ପ୍ରତିରକ୍ଷା ମନ୍ତ୍ରଣାଳୟ

ଅଗ୍ନିପଥ ଯୋଜନାରେ ନିଯୁକ୍ତି ବୟସସୀମା ୨୩ ବର୍ଷକୁ ବୃଦ୍ଧି

Posted On: 17 JUN 2022 9:06AM by PIB Bhubaneshwar

ଅଗ୍ନିପଥ ଯୋଜନାରେ ନିଯୁକ୍ତି ବୟସ ସୀମାକୁ ୨୩ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୨୦୨୨ ବର୍ଷ ପାଇଁ ବୟସସୀମା ସମ୍ପ୍ରସାରଣ କରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି ।

ପୂର୍ବରୁ ଅଗ୍ନିପଥ ଯୋଜନା ଅଧୀନରେ ସେନାବାହିନୀରେ ଯୁବକମାନଙ୍କ ନିଯୁକ୍ତି ନିମନ୍ତେ ନୂଆ ପ୍ରାର୍ଥୀଙ୍କ ପାଇଁ ବୟସ ସୀମା ୧୭ ବର୍ଷ ୬ ମାସରୁ ୨୧ ବର୍ଷ ମଧ୍ୟରେ ନିର୍ଦ୍ଧାରଣ କରାଯାଇଥିଲା ।

ତେବେ ବିଗତ ଦୁଇ ବର୍ଷ ହେବ ସେନାବାହିନୀରେ ନିଯୁକ୍ତି ପ୍ରକ୍ରିୟା କାର୍ଯ୍ୟକାରୀ କରିବା ସମ୍ଭବପର ହୋଇପାରି ନଥିବାରୁ ସରକାର ଗୋଟିଏ ବର୍ଷ ପାଇଁ ବୟସସୀମା କୋହଳ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି । ତଦନୁଯାୟୀ, ଅଗ୍ନିପଥ ଯୋଜନାରେ ୨୦୨୨ ବର୍ଷ ପାଇଁ ପ୍ରସ୍ତାବିତ ଅଗ୍ନିବୀରଙ୍କ ନିଯୁକ୍ତି ନିମନ୍ତେ ବୟସସୀମା ୨୩ ବର୍ଷକୁ ବୃଦ୍ଧି କରାଯାଇଛି ।

 

****

P.S.



(Release ID: 1834694) Visitor Counter : 177