ସଂସ୍କୃତି ମନ୍ତ୍ରଣାଳୟ
azadi ka amrit mahotsav

ପୁରୀ ଠାରେ ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ


ପାଞ୍ଚ ଦିନିଆ ମେଳାରେ ଜନଜାତି କଳା, ସଂସ୍କୃତି ଏବଂ କୃଷି କ୍ଷେତ୍ରର ନୂତନ ଜ୍ଞାନକୌଶଳ ପ୍ରଦର୍ଶିତ ହେବ

प्रविष्टि तिथि: 20 JUN 2022 9:09PM by PIB Bhubaneshwar

ଶ୍ରୀକ୍ଷେତ୍ର ପୁରୀ ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ 13 ତମ କୃଷି ମେଳା ୨୦୨୨ ଉଦଘାଟିତ ହୋଇଯାଇଛି କେନ୍ଦ୍ର ଜନଜାତି ବ୍ୟାପାର ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ବିଶ୍ବେଶ୍ବର ଟୁଡୁ ଏହି ଲୋକ ମେଳା ସମେତ ଜାତୀୟ ସ୍ତରର କୃଷି ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି ଏହି ମେଳା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲି ମେଳା ପରିସରରେ ବିଭିନ୍ନ ଲୋକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ଏଥିସହିତ ଜନଜାତି ସମ୍ପ୍ରଦାୟ ଦ୍ବାରା ପ୍ରସ୍ତୁତ ବନ୍ୟଜାତ, କୃଷି ପାରମ୍ପରିକ ସାମଗ୍ରୀର ଷ୍ଟଲ୍ ମଧ୍ୟ ପଡ଼ିଛି ଅଣଲାଭକାରୀ ସ୍ବେଚ୍ଛାସେବୀ ସଂଗଠନ ଶ୍ରୀ ଶ୍ରୀକ୍ଷେତ୍ର ସୂଚନା (ଏସଏସଏସ) ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ଏସଏସଏସ ସଂଗଠନ ଲୋକ କଳା ଏବଂ ଅଭିବ୍ୟକ୍ତିକୁ ପ୍ରୋତ୍ସାହନ କରିବା ସହିତ ସମାଜର ସାମାଜିକ-ସାଂସ୍କୃତିକ ଚରିତ୍ରକୁ ସୁରକ୍ଷା ଏବଂ ପ୍ରୋତ୍ସାହନ ଦିଗରେ କାର୍ଯ୍ୟ କରିଥାଏ

Image

ବିଂଶତମ ଲୋକମେଳାକୁ ଉଦଘାଟନ କରି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଟୁଡୁ କହିଛନ୍ତି ଯେ, ଭାରତର ଲୋକକଳା ସଂସ୍କୃତିକୁ ବଞ୍ଚାଇ ରଖିବା ଦିଗରେ ଏପରି କାର୍ଯ୍ୟକ୍ରମ ବିଶେଷ ସହାୟକ ହୋଇପାରିବ ଦୀର୍ଘ ୨୦ ବର୍ଷ ଧରି ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯିବା ଖୁସିର ବିଷୟ ବିଭିନ୍ନ ରାଜ୍ୟରୁ ଆସିଥିବା ଜନଜାତି ସାମଗ୍ରୀ, କୃଷି ଉତ୍ପାଦର ଷ୍ଟଲ୍ପଡ଼ିଥିବାରୁ ଏସବୁ ସାମଗ୍ରୀ କିଣିବା ଲାଗି କେନ୍ଦ୍ର ମନ୍ତ୍ରୀ ଆହ୍ବାନ କରିଥିଲେ କୃଷି କ୍ଷେତ୍ରରେ ଅଭିନବ ଉଦ୍ଭାବନ ଏବଂ ଜ୍ଞାନକୌଶଳ ବିଷୟରେ ଜ୍ଞାନ ଆହରଣ କରିବା ଲାଗି ପ୍ରଦର୍ଶନୀ ଏକ ସୁଯୋଗ ଆଣି ଦେଇଛି ବୋଲି କେନ୍ଦ୍ର ମନ୍ତ୍ରୀ କହିଥିଲେ ସେ କହିଥିଲେ ଯେ, ଜନଜାତି, ଲୋକକଳା ସଂସ୍କୃତି ବିଷୟରେ ଜ୍ଞାନବୃଦ୍ଧି ନିମନ୍ତେ ଏଭଳି କାର୍ଯ୍ୟକ୍ରମ ଏକ ସୁଅବସର ଆଣିଛି ରାଜ୍ୟରେ ଜନଜାତିଙ୍କ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ମଧ୍ୟ କେନ୍ଦ୍ର ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ

Image Image

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ରାଜ୍ୟ କୃଷି କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ ଯେ, ଓଡ଼ିଶା ଏକ ଜନଜାତି ବହୁଳ ରାଜ୍ୟ ହୋଇଥିବା ବେଳେ ଏଠାରେ ୬୨ଟି ଜନଜାତି ସମ୍ପ୍ରଦାୟ ଲୋକମାନେ ବସବାସ କରିଥାନ୍ତି ଜନଜାତି ବର୍ଗଙ୍କ କଲ୍ୟାଣ ପାଇଁ ରାଜ୍ୟରେ ଅନେକଗୁଡ଼ିଏ ପଦକ୍ଷେପ ଗ୍ରହଣ କରାଯାଇଛି ବିଗତ କିଛି ବର୍ଷ ମଧ୍ୟରେ କୃଷି କ୍ଷେତ୍ରରେ ମଧ୍ୟ ରାଜ୍ୟ ବିଶେଷ ପ୍ରଗତି ହାସଲ କରିଛି ଜନଜାତି ସମୁଦାୟର ଜୀବନଶୈଳୀ, ଜୀବିକା, ସଂସ୍କୃତି ପରମ୍ପରାର ସଂରକ୍ଷଣ ଦିଗରେ ଲୋକମେଳା ଭଳି କାର୍ଯ୍ୟକ୍ରମ ବିଶେଷ ସହାୟକ ହୋଇପାରିବ ବୋଲି ଶ୍ରୀ ସ୍ବାଇଁ କହିଥିଲେ

କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଯୋଗ ଦେଇ ସୁଚିନ୍ତିତ ମତ ଉପସ୍ଥାପନ କରିଥିଲେ  ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଉଦଘାଟନୀ ସନ୍ଧ୍ୟାରେ ଲୋକ ସଙ୍ଗୀତ ଏବଂ ନୃତ୍ୟ ପରିବେଷଣ କରାଯାଇଥିଲା ବିଭିନ୍ନ ରାଜ୍ୟରୁ ଆସିଥିବା ଲୋକ କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ

 

********

P.S.

 


(रिलीज़ आईडी: 1835693) आगंतुक पटल : 220
इस विज्ञप्ति को इन भाषाओं में पढ़ें: English , Urdu , हिन्दी