ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରପ୍ରଦେଶର ହମିରପୁରରେ ସଡକ ଦୁର୍ଘଟଣାରେ ପ୍ରାଣହାନୀ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 22 JUN 2022 9:42PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ହମିରପୁର ଜିଲ୍ଲାରେ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଉତ୍ତରପ୍ରଦେଶର ହମିରପୁରରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ । ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାର ଏବଂ ସ୍ଥାନୀୟ ପ୍ରଶାସନ ଆହତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।”

HS


(ରିଲିଜ ଆଡି: 1836404) ପରିଦର୍ଶକ କାଉଣ୍ଟର : 214