ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଣିପୁର ଭୂସ୍ଖଳନଜନିତ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ


କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଆଶ୍ୱାସନା

Posted On: 30 JUN 2022 3:53PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ ବୀରେନ ସିଂହଙ୍କ ସହ ଆଲୋଚନା କରିବା ସହ ରାଜ୍ୟରେ ଭୂସ୍ଖଳନଜନିତ ସ୍ଥିତିର ସମୀକ୍ଷା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ମଣିପୁର ମୁଖ୍ୟମନ୍ତ୍ରୀ ଶ୍ରୀ @NBirenSingh Jiଙ୍କ ସହ ବାର୍ତ୍ତାଳାପ କଲି ଓ ଭୂସ୍ଖଳନଜନିତ ଦୁଃଖଦ ସ୍ଥିତିର ସମୀକ୍ଷା କଲି । କେନ୍ଦ୍ର ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଲି । କ୍ଷତିଗ୍ରସ୍ତମାନଙ୍କ ସୁରକ୍ଷା କାମନା କରୁଛି ।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି ।     

SR


(Release ID: 1838353) Visitor Counter : 149