ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଚିତ୍ରକୁଟରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

Posted On: 09 JUL 2022 4:37PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଚିତ୍ରକୁଟରେ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଚିତ୍ରକୁଟଟର ଜାତୀୟ ରାଜପଥରେ ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ । ଯେଉଁମାନେ ଏଥିରେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ମୋର ଗଭୀର ସମବେଦନା । ଆହୁରି ମଧ୍ୟ ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ”

HS



(Release ID: 1840475) Visitor Counter : 146