ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ପିଏମଏନଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 JUL 2022 2:20PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍‍ଏନ୍‍ଆରଏଫ) ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।  ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;

“ମଧ୍ୟପ୍ରଦେଶର ଧର ଠାରେ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ : ପ୍ରଧାନମନ୍ତ୍ରୀ”

 

HS


(ରିଲିଜ ଆଡି: 1842491) ପରିଦର୍ଶକ କାଉଣ୍ଟର : 204