ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

୨୦୨୧-୨୨ରେ ଭାରତ ବିରୋଧରେ କାର୍ଯ୍ୟ କରୁଥିବା ୭୪୭ ୱେବସାଇଟ୍‌, ୯୪ ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କରି ଦିଆଯାଇଛି: କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର

Posted On: 21 JUL 2022 4:14PM by PIB Bhubaneshwar

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଶ୍ରୀ ଠାକୁର କହିଛନ୍ତି ଯେ ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି । ଏହି କାର୍ଯ୍ୟାନୁଷ୍ଠାନ ସୂଚନା ପ୍ରଯୁକ୍ତି ଅଧିନିୟମ ୨୦୦୦ ର ଧାରା ୬୯ଏ ଅନୁଯାୟୀ ନିଆଯାଇଛି ।

ମନ୍ତ୍ରୀ କହିଛନ୍ତି ଯେ ମିଥ୍ୟା ଖବର ପ୍ରଚାର ପ୍ରସାର କରି ଦେଶର ସାର୍ଵଭୌମତ୍ୱ ବିରୋଧରେ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

HS



(Release ID: 1843587) Visitor Counter : 185