ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡଜନିତ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ

Posted On: 01 AUG 2022 8:36PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡଜନିତ ମୃତ୍ୟୁ ଘଟଣାରେ ବେଶ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯାଉଛି: ପ୍ରଧାନମନ୍ତ୍ରୀ

SR



(Release ID: 1847488) Visitor Counter : 132