ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡଜନିତ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ପୋଷ୍ଟ କରାଯିବା ଦିନାଙ୍କ:
01 AUG 2022 8:36PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ମଧ୍ୟପ୍ରଦେଶର ଜବଲପୁର ଠାରେ ଏକ ଡାକ୍ତରଖାନାରେ ଅଗ୍ନିକାଣ୍ଡଜନିତ ମୃତ୍ୟୁ ଘଟଣାରେ ବେଶ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯାଉଛି: ପ୍ରଧାନମନ୍ତ୍ରୀ”
SR
(ରିଲିଜ ଆଡି: 1847488)
ପରିଦର୍ଶକ କାଉଣ୍ଟର : 191
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam