ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ଦୁର୍ଘଟଣାରେ ହୋଇଥିବା ଜୀବନ ହାନିକୁ ନେଇ ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 09 AUG 2022 10:24PM by PIB Bhubaneswar

ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଯୋଗୁ ଘଟିଥିବା ଜୀବନ ହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମୃତକଙ୍କ ପରିବାର ଏବଂ ଆହତଙ୍କ ଲାଗି ପିଏମଏନଆରଏଫରୁ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟ୍ୱିଟ କରି କହିଛି ଯେ;

‘‘ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ହୋଇଥିବା ଜୀବନ ହାନି ପାଇଁ ଅତ୍ୟନ୍ତ ମର୍ମାହତ ।

ପ୍ରତ୍ୟେକ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ’’

SR


(ରିଲିଜ ଆଡି: 1850499) ପରିଦର୍ଶକ କାଉଣ୍ଟର : 151