ରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

Posted On: 10 AUG 2022 5:43PM by PIB Bhubaneshwar

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାରେ କହିଛନ୍ତି:-

ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।

ରକ୍ଷା ବନ୍ଧନ ଭାଇ ପ୍ରତି ଭଉଣୀର ଭଲପାଇବା ଓ ସ୍ନେହର ଅଭିବ୍ୟକ୍ତି ଅଟେ ଏବଂ ଏହା ସେମାନଙ୍କ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଦୋହରାଇବାର ଅବସର । ସ୍ୱତଃସ୍ଫୁର୍ତ୍ତ ଭଲପାଇବା ଓ ପରିପୂରକତାର ପ୍ରତୀକ ରକ୍ଷା ବନ୍ଧନ ଲୋକଙ୍କୁ ଆପଣାର କରିଥାଏ ।

ଭାଇ ଓ ଭଉଣୀ ମଧ୍ୟରେ ପାରସ୍ପରିକ ବିଶ୍ୱାସର ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସଦ୍ଭାବ ଓ ସମ୍ମାନକୁ ପ୍ରୋତ୍ସାହିତ କରୁ ବୋଲି କାମନା କରୁଛି ।

 

SR


(Release ID: 1850655) Visitor Counter : 168