ରେଳ ମନ୍ତ୍ରଣାଳୟ

ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲା ମାନଙ୍କ ପାଇଁ ଟିକେଟ୍ ବୁକିଂ ସମ୍ବନ୍ଧୀୟ ନିୟମରେ କୌଣସି ପରିବର୍ତ୍ତନ ହୋଇ ନାହିଁ


୫ ବର୍ଷରୁ କମ୍ ବୟସର ପିଲା ମାନଙ୍କ ପାଇଁ ଟିକେଟ୍ କ୍ରୟ କରିବା ଏବଂ ବର୍ଥ ବୁକ୍ କରିବା ଯାତ୍ରୀ ମାନଙ୍କ ପାଇଁ ଇଚ୍ଛାଧୀନ ଅଟେ

ଯଦି କୌଣସି ବର୍ଥ ବୁକ୍ କରା ଯାଉ ନାହିଁ, ତେବେ ୫ ବର୍ଷରୁ କମ୍ ପିଲାମାନଙ୍କ ପାଇଁ ମାଗଣା ଯାତ୍ରା ନିମନ୍ତେ ଅନୁମତି ପ୍ରଦାନ କରା ଯାଇଛି

Posted On: 17 AUG 2022 2:02PM by PIB Bhubaneshwar

ନିକଟରେ କିଛି ଗଣ ମାଧ୍ୟମ ରିପୋର୍ଟରେ ଦର୍ଶା ଯାଇଥିଲା ଯେ ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲା ମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳ ନିୟମକୁ ପରିବର୍ତ୍ତନ କରି ଦେଇଛି । ଏହି ରିପୋର୍ଟ ଗୁଡିକରେ ଦାବି କରା ଯାଇଥିଲା ଯେ, ଏବେ ଏକରୁ ଚାରି ବର୍ଷ ପର୍ଯ୍ୟନ୍ତ ବୟସର ପିଲା ମାନଙ୍କ ନିମନ୍ତେ ଟ୍ରେନ୍‌ରେ ଯାତ୍ରା କରିବା ପାଇଁ ଟିକେଟ୍ କରିବାକୁ ପଡିବ । 

ଏହି ଖବର ଗୁଡିକ ଏବଂ ଗଣ ମାଧ୍ୟମର ରିପୋର୍ଟ ଗୁଡିକ ବିଭ୍ରାନ୍ତିକର ଅଟେ । ଏହା ସୂଚିତ କରା ଯାଇଛି ଯେ, ଟ୍ରେନ୍‌ରେ ଯାତ୍ରା କରୁଥିବା ପିଲାମାନଙ୍କ ପାଇଁ ଟିକେଟ୍ ବୁକିଂ ନେଇ ଭାରତୀୟ ରେଳବାଇ କୌଣସି ପରିବର୍ତ୍ତନ ଆଣି ନାହିଁ । ଯାତ୍ରୀ ମାନଙ୍କର ଚାହିଦା ଅନୁଯାୟୀ, ଟିକେଟ୍ କିଣିବା ପାଇଁ ଏବଂ ୫ ବର୍ଷରୁ କମ୍ ପିଲା ମାନଙ୍କ ନିମନ୍ତେ ବର୍ଥ ବୁକ୍ କରିବା ପାଇଁ ସେମାନଙ୍କୁ ଏକ ବିକଳ୍ପ ଦିଆ ଯାଇଛି । ଏବଂ ଯଦି ସେମାନେ ଏକ ପୃଥକ୍ ବର୍ଥ ଚାହୁଁ ନାହାନ୍ତି, ତେବେ ଏହା ମାଗଣା ରହିଛି, ଯେଉଁ ଭଳି ପୂର୍ବରୁ ରହି ଆସିଛି । 

ରେଳ ମନ୍ତ୍ରଣାଳୟର ତା ୦୬.୦୩.୨୦୨୦ରିଖର ଏକ ବିଜ୍ଞପ୍ତିରେ ଦର୍ଶା ଯାଇଥିଲା ଯେ, ପାଂଚ ବର୍ଷରୁ କମ୍ ବୟସର ପିଲା ମାନଙ୍କୁ ମାଗଣାରେ ଟ୍ରେନ୍ ଯାତ୍ରା କରିବାକୁ ଦିଆଯିବ । କିନ୍ତୁ, ଅଲଗା ବର୍ଥ କିମ୍ବା ଆସନ (ଚେୟାର କାର୍‌) ଦିଆଯିବ ନାହିଁ । ତେଣୁ ପୃଥକ୍ ବର୍ଥ ଦାବି ନ ହେଲେ କୌଣସି ଟିକେଟ୍ କ୍ରୟ କରିବା ଆବଶ୍ୟକ ନାହିଁ । ଯଦି କେହି ୫ ବର୍ଷରୁ କମ୍ ବୟସର ପିଲା ମାନଙ୍କ ନିମନ୍ତେ ସ୍ୱେଚ୍ଛାକୃତ ଭାବରେ ବର୍ଥ / ସିଟ୍ ନେବାକୁ ଚାହାନ୍ତି, ତେବେ ପୂର୍ଣ୍ଣ ବୟସ୍କଙ୍କ ନିମନ୍ତେ ଉଦ୍ଦିଷ୍ଟ ଭଡା ଆଦାୟ କରାଯିବ ।

*****

SSP

 

 



(Release ID: 1852717) Visitor Counter : 474