ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ ବ୍ୟକ୍ତ


ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 25 AUG 2022 11:08AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ହୋଇଥିବା ଦୁର୍ଘଟଣା ହୃଦୟ ବିଦାରକ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ

 

SR



(Release ID: 1854372) Visitor Counter : 142