ପୋଷ୍ଟ କରାଯିବା ଦିନାଙ୍କ:
30 AUG 2022 11:12AM by PIB Bhubaneswar
ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୧-୨ରେ କେରଳ ଓ କର୍ଣ୍ଣାଟକ ଗସ୍ତ କରିବେ । ଅପରାହ୍ନ ଛଅଟା ବେଳେ ପ୍ରଧାନମନ୍ତ୍ରୀ କୋଚିନ ବିମାନ ବନ୍ଦର ନିକଟବର୍ତ୍ତୀ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ଜନ୍ମଭୂମୀ କାଲାଡୀ ଗ୍ରାମ ପରିଦର୍ଶନ କରିବେ । ପ୍ରଧାନମନ୍ତ୍ରୀ କୋଚିନ ବନ୍ଦରରେ ସେପ୍ଟେମ୍ବର ୨ ତାରିଖ ପୂର୍ବାହ୍ନ ୯ଟାରେ ଭାରତର ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଜାହାଜ ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ । ସେହିଦିନ ଅପରାହ୍ନ ସାଢ଼େ ଗୋଟାଏ ବେଳେ ପ୍ରଧାନମନ୍ତ୍ରୀ ୩୮୦୦ କୋଟି ଟଙ୍କା ବ୍ୟୟରେ ମାଙ୍ଗାଲୁରୁଠାରେ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ।
କୋଚିରେ ପ୍ରଧାନମନ୍ତ୍ରୀ
ବିଶେଷ କରି ରଣନୀତିକ କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭରତାର ଜଣେ ବିଶିଷ୍ଟ ପ୍ରସ୍ତାବକ ରହି ଆସିଛନ୍ତି । ଆତ୍ମନିର୍ଭରଶୀଳତାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଦେଶର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ସେନାରେ ସାମିଲ କରିବେ । ଭାରତୀୟ ନୌସେନାର ନିଜସ୍ୱ ଯୁଦ୍ଧପୋତ ବ୍ୟୁରୋ ଦ୍ୱାରା ଏହାର ପରିପାଟୀ ପ୍ରସ୍ତୁତ ହୋଇଥିବାବେଳେ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଅଧୀନ କୋଚିନ ସିପୟାର୍ଡ ଲିମିଟେଡ ଦ୍ୱାରା ଏହାର ନିର୍ମାଣ କରାଯାଇଛି । ଭାରତର ସାମୁଦ୍ରିକ ଇତିହାସରେ ସମ୍ପୂର୍ଣ୍ଣ ସ୍ୱୟଂକ୍ରିୟ ବ୍ୟବସ୍ଥାଯୁକ୍ତ ସବୁଠାରୁ ବୃହତ ଯୁଦ୍ଧ ପୋତ ଆଇଏନଏସ ବିକ୍ରାନ୍ତ ନିର୍ମିତ ହୋଇଛି ।
୧୯୭୧ ଯୁଦ୍ଧରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଦେଶର ପ୍ରଥମ ଏୟାର କ୍ରାଫ୍ଟ କ୍ୟାରିଅର ନାମରେ ଏହାକୁ ନାମିତ କରାଯାଇଛି । ଏଥିରେ ଦେଶର ପ୍ରମୁଖ ଶିଳ୍ପାନୁଷ୍ଠାନ ଓ ଶହେରୁ ଅଧିକ ଏମଏସଏମଇ ପକ୍ଷରୁ ଯୋଗାଇ ଦିଆଯାଇଥିବା ଯନ୍ତ୍ରାଂଶ ସାହାଯ୍ୟରେ ଏହାର ନିର୍ମାଣ କରାଯାଇଛି । ବିକ୍ରାନ୍ତ ସେନାରେ କମିଶନଭୁକ୍ତ ହେବା ଦ୍ୱାରା ଭାରତର ଦୁଇଟି ଏୟାର କ୍ରାଫ୍ଟ କ୍ୟାରିଅର ସକ୍ରିୟ ହୋଇ ଦେଶର ସାମୁଦ୍ରିକ ନିରାପତ୍ତାକୁ ଅଧିକ ମଜଭୁତ କରିବ ।
ଏହି ସମୟରେ ପ୍ରଧାନମନ୍ତ୍ରୀ ଉପନିବେଶୀୟ ଅତୀତରୁ ଦୂରେଇ ଭାରତୀୟ ସମୃଦ୍ଧ ସାମୁଦ୍ରିକ ଐତିହ୍ୟର ନୂତନ ନୌସେନା ନିଶାଣର ମଧ୍ୟ ଉନ୍ମୋଚନ କରିବେ ।
ମାଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ମାଙ୍ଗାଲୁରୁଠାରେ ୩୮୦୦ କୋଟି ଟଙ୍କା ବ୍ୟୟରେ ଶିଳ୍ପାୟନ ଓ ଯାନ୍ତ୍ରିକକରଣ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ମଧ୍ୟ କରିବେ । ପ୍ରଧାନମନ୍ତ୍ରୀ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ନମ୍ବର ବର୍ଥର ଯାନ୍ତ୍ରିକକରଣ ବ୍ୟବସ୍ଥାର ଉଦଘାଟନ କରିବେ । ଏହାର ପଣ୍ୟ ପରିବହନ କ୍ଷମତା ନୂତନ ମାଙ୍ଗାଲୁରୁ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ପନ୍ନ ହେଉଛି । ଯାନ୍ତ୍ରିକକରଣ ଟର୍ମିନାଲ ଦ୍ୱାରା ବିଳମ୍ବ ହେଉଥିବା କାର୍ଯ୍ୟ ଶୀଘ୍ର କରାଯାଇ ପାରିବା ସହ ସାମର୍ଥ୍ୟ ଶତକଡା ୩୫ ଭାଗ ବୃଦ୍ଧି ପାଇବ । ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସମ୍ପୂର୍ଣ୍ଣ ହୋଇଥିବାବେଳେ ଏହାର ପଣ୍ୟ କାରବାର କ୍ଷମତା ୪.୨ ଏମଟିପିଏ ବୃଦ୍ଧିପାଇଛି ଓ ୨୦୨୫ ବେଳକୁ ଏହାର ୬ ଏମଟିପିଏ ପର୍ଯ୍ୟନ୍ତ ବୃଦ୍ଧି ପାଇବ ।
ପ୍ରଧାନମନ୍ତ୍ରୀ ମଧ୍ୟ ବନ୍ଦର ଦ୍ୱାରା ଅଧିଗୃହୀତ ପ୍ରାୟ ଏକ ହଜାର କୋଟି ଟଙ୍କାର ପାଞ୍ଚଟି ପ୍ରକଳ୍ପର ଶିଳାନ୍ୟାସ କରିବେ । ସମନ୍ୱିତ ଏଲପିଜି ଓ ବ୍ଲକ ଲିକ୍ୟୁଡି ପିଓଏଲ ସୁବିଧା ଯୋଗୁ ବଡ ବଡ ଗ୍ୟାସ ପରିବହନକାରୀ (୪୫ ହଜାର ଟନ ପର୍ଯ୍ୟନ୍ତ) ଖୁବ ଦକ୍ଷତାର ସହ କରିପାରିବ । ଏହା ସେ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାକୁ ଗତି ଦେବା ସହ ଦେଶର ସର୍ବୋଚ୍ଚ ଏଲପିଜି ରପ୍ତାନୀକାରୀ ବନ୍ଦର ମାନ୍ୟତା ମଧ୍ୟ ପାଇବ । ପ୍ରଧାନମନ୍ତ୍ରୀ ଭଣ୍ଡାରଣ ଟ୍ୟାଙ୍କ ଓ ଖାଇବା ତେଲ ବିଶୋଧନାଗାର ନିର୍ମାଣର ଶିଳାନ୍ୟାସ କରିବେ । ଏହାଛଡା ବିଟୁମେନ ଭଣ୍ଡାରଣ ବ୍ୟବସ୍ଥାର ମଧ୍ୟ ଶିଳାନ୍ୟାସ କରିବେ । ଏହା ବିଟୁମେନ ଓ ଖାଇବା ତେଲ ପୋତର ରହଣି ଓ ସାମଗ୍ରିକ ମାଲ ପରିବହନ ଖର୍ଚ୍ଚ ଓ ସମୟ ହ୍ରାସ କରିବ । ପ୍ରଧାନମନ୍ତ୍ରୀ କୁଲାଇଠାରେ ମଧ୍ୟ ମାଛଧରା ବନ୍ଦର ଶିଳାନ୍ୟାସ କରିବେ । ସାଗରମାଳା ପ୍ରକଳ୍ପ ଅଧୀନରେ କରାଯାଉଥିବା ଏହି କାର୍ଯ୍ୟ ଯୋଗୁଁ ମତ୍ସ୍ୟଜୀବୀମାନଙ୍କ ସାମାଜିକ ଓ ଆର୍ଥିକ ସୁବିଧା ମିଳିପାରିବ ।
ପ୍ରଧାନମନ୍ତ୍ରୀ ମଧ୍ୟ ମାଙ୍ଗାଲୁରୁ ତୈଳ ବିଶୋଧନାଗାର ଓ ପେଟ୍ରୋ ରସାୟନ ଲିମିଟେଡର ଦୁଇଟି ପ୍ରକଳ୍ପର ଉଦଘାଟନ କରିବେ । ତାହା ହେଲା ବିଏସ-VI ଉନ୍ନୀତକରଣ ପ୍ରକଳ୍ପ ଓ ସମୁଦ୍ରଜଳ ଲବଣମୁକ୍ତ ପ୍ରକଳ୍ପ । ବିଏସ- VI ଉନ୍ନୀତକରଣ କାରଖାନା ୧୮୩୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ବେଳେ ଏହା ପରିବେଶ ଅନୁକୂଳ ଇନ୍ଧନ ଯୋଗାଇବ । ୬୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସମୁଦ୍ର ଜଳ ଲବଣମୁକ୍ତ କାରଖାନା ମଧୁର ଜଳ ଉପରେ ନିର୍ଭରଶୀଳତା ହ୍ରାସ କରିବା ସହ ବର୍ଷ ସାରା ହାଇଡ୍ରୋକାର୍ବନ ଓ ପେଟ୍ରୋ ରସାୟନ ଯୋଗାଣ ଅବ୍ୟାହତ ରଖିବ ।
SM/DD