ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କିସ୍ତୱାର ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

Posted On: 31 AUG 2022 8:52AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତୱାର ଠାରେ ହୋଇଥିବା ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କିସ୍ତୱାରରେ ହୋଇଥିବା ଦୁର୍ଘଟଣା ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ:PM @narendramodi

 

SR


(Release ID: 1855798) Visitor Counter : 138